ନବନୀତା ବ୍ୟୁରୋ। ଚଳିତ ମାସ ପଶ୍ଚିମବଙ୍ଗରେ ଲକ୍ ଡାଉନ୍ ଯୋଗୁଁ ପୂର୍ବତଟ ରେଳପଥର ଟ୍ରେନ ସେବା ପ୍ରଭାବିତ ହେବା ଆଶଙ୍କା ରହିଛି। ଏପରିକି ପଶ୍ଚିମବଙ୍ଗର କିଛି ସ୍ଥାନରେ ସମ୍ପୂର୍ଣ୍ଣ ସଟ୍ ଡାଉନ ହେଉଥିବାରୁ ଟ୍ରେନ ସେବା ବାତିଲ, ଆଂଶିକ ବାତିଲ ଓ ରହଣି ପ୍ରତ୍ୟାହାର କରାଯିବାକୁ ନିଷ୍ପତ୍ତି ନିଆଯାଇଛି। ତେବେ ଆସନ୍ତା ୨୦, ୨୧, ଓ ୨୭ ତାରିଖରେ ସମ୍ପୂର୍ଣ୍ଣ ଲକ୍ ଡାଉନ ହେଉଥିବାରୁ ଟ୍ରେନ ସେବା ପ୍ରଭାବିତ ହେବ।
ବାତିଲ ଟ୍ରେନ
ହାଓଡ଼ାରୁ ଛାଡୁଥିବା ୦୨୨୪୫ ହାଓଡ଼ା-ଯଶୋବନ୍ତପୁର ଦୁରନ୍ତ ସ୍ପେସିଆଲକୁ ୨୧ ତାରିଖ ବାତିଲ କରାଯିବ। ଯଶୋବନ୍ତପୁରରୁ ଛାଡୁଥିବା ୦୨୨୩୬ ଯଶୋବନ୍ତପୁର -ହାଓଡ଼ା ଦୁରନ୍ତ ସ୍ପେସିଆଲକୁ ୨୦ ତାରିଖ ବାତିଲ କରାଯିବ।
ସେହିପରି ସିଆଲଦାରୁ ଛାଡୁଥିବା ୦୨୨୦୧ ସିଆଲଦା -ଭୁବନେଶ୍ୱର ଦୁରନ୍ତ ସ୍ପେସିଆଲକୁ ୨୧, ୨୮ ଓ ୩୧ ତାରିଖ ବାତିଲ କରାଯିବାକୁ ନିଷ୍ପତ୍ତି ହୋଇଛି।
ଏଥିସହ ଭୁବନେଶ୍ୱରରୁ ଛାଡୁଥିବା ୦୨୨୦୨ ଭୁବନେଶ୍ୱର -ସିଆଲଦା ଦୁରନ୍ତ ସ୍ପେସିଆଲକୁ ୨୨,୨୯ ଏବଂ ସେପ୍ଟେମ୍ବର ୧ ତାରିଖରେ ବାତିଲ କରାଯିବ।
୦୨୦୭୪/୦୨୦୭୩ ଭୁବନେଶ୍ୱର -ହାଓଡ଼ା -ଭୁବନେଶ୍ୱର ଜନ ଶତାବ୍ଦୀ ସ୍ପେସିଆଲ ଟ୍ରେନ ୨୦, ୨୧ ଓ ୨୭ ତାରିଖରେ ଉଭୟ ଭୁବନେଶ୍ୱର ଓ ହାଓଡ଼ା ଦିଗରୁ ବାତିଲ କରାଯିବ।
ଆଂଶିକ ବାତିଲ ଟ୍ରେନ
ଆସନ୍ତା ୧୯, ୨୦ ଓ ୨୬ ତାରିଖରେ ସିକନ୍ଦରାବାଦରୁ ଛାଡୁଥିବା ୦୨୭୦୪ ସିକନ୍ଦରାବାଦ -ହାଓଡ଼ା ଫଳକନୁମା ସ୍ପେସିଆଲ ଏକ୍ସପ୍ରେସ ଏହାର ଯାତ୍ରା ଭୁବନେଶ୍ୱରଠାରେ ସମାପ୍ତ କରିବ ଏବଂ ହାଓଡ଼ା ପର୍ଯ୍ୟନ୍ତ ଯିବ ନାହିଁ।
ସେହିପରି ଆସନ୍ତା ୨୦, ୨୧ ଓ ୨୭ ତାରିଖରେ ହାଓଡ଼ାରୁ ଛାଡୁଥିବା ୦୨୭୦୩ ହାଓଡ଼ା -ସିକନ୍ଦରାବାଦ ଫଳକନୁମା ସ୍ପେସିଆଲ ଏକ୍ସପ୍ରେସ ହାଓଡ଼ା ପରିବର୍ତ୍ତେ ଭୁବନେଶ୍ୱରରୁ ଛାଡିବ ଏବଂ ଏହି ତାରିଖ ଗୁଡିକରେ ଏହା ହାଓଡ଼ାଠାରୁ ଭୁବନେଶ୍ୱର ପର୍ଯ୍ୟନ୍ତ ବାତିଲ ରହିବ।
ପ୍ରତ୍ୟାହାର କରାଯାଉଥିବା ରହଣି
ଭୁବନେଶ୍ୱରରୁ ଛାଡୁଥିବା ୦୨୮୦୧ ଭୁବନେଶ୍ୱର -ନୂଆଦିଲ୍ଲୀ ସ୍ପେସିଆଲ ପୁରୁଷୋତ୍ତମ ଏକ୍ସପ୍ରେସ ଓ ନୂଆଦିଲ୍ଲୀରୁ ଆସୁଥିବା ୦୨୮୦୨ ନୂଆଦିଲ୍ଲୀ -ଭୁବନେଶ୍ୱର ସ୍ପେସିଆଲ ପୁରୁଷୋତ୍ତମ ଏକ୍ସପ୍ରେସ ୧୯, ୨୦ ଓ ୨୬ ଅଗଷ୍ଟ , ୨୦୨୦ରେ ଉଭୟ ଦିଗରୁ ପୁରୁଲିଆ ଓ ହିଜଲୀ ଠାରେ ରହଣି କରିବ ନାହିଁ।
ସେହିପରି ଭୁବନେଶ୍ୱରରୁ ଛାଡୁଥିବା ୦୨୮୨୩ ଭୁବନେଶ୍ୱର-ନୂଆଦିଲ୍ଲୀ ସ୍ପେସିଆଲ ରାଜଧାନୀ ଏକ୍ସପ୍ରେସ ୨୦, ୨୧ ଓ ୨୭ ଅଗଷ୍ଟ , ୨୦୨୦ରେ ଏବଂ ନୂଆଦିଲ୍ଲୀରୁ ଆସୁଥିବା ୦୨୮୨୪ ନୂଆଦିଲ୍ଲୀ -ଭୁବନେଶ୍ୱର ସ୍ପେସିଆଲ ରାଜଧାନୀ ଏକ୍ସପ୍ରେସ ୧୯, ୨୦ ଓ ୨୬ ଅଗଷ୍ଟ , ୨୦୨୦ରେ ଉଭୟ ଦିଗରୁ ହିଜଲୀଠାରେ ରହଣି କରିବ ନାହିଁ।
ଉପରୋକ୍ତ ଟ୍ରେନଗୁଡିକର ଯାତ୍ରୀମାନେ ଏଥି ପ୍ରତି ଧ୍ୟାନ ଦେବା ସହ ସେ ଅନୁଯାୟୀ ପ୍ରସ୍ତୁତ ରହିବା ପାଇଁ ପୂର୍ବତଟ ରେଳବାଇ ପକ୍ଷରୁ ପରାମର୍ଶ ଦିଆ ଯାଉଛି।
