ଆଉ ନାହାନ୍ତି ବିରୋଧୀ ଦଳର ଉପନେତା ବିଷ୍ଣୁ ସେଠୀ, ମୁଖ୍ୟମନ୍ତ୍ରୀଙ୍କ ସହ ବହୁ ବିଶିଷ୍ଟ ବ୍ୟକ୍ତିଙ୍କ ଶୋକ

ଓଡ଼ିଶାବଡ଼ ଖବରରାଜନୀତି

ଏନ୍ଏନ୍ ବ୍ୟୁରୋ । ଆଉ ନାହାନ୍ତି କବି, ସମ୍ପାଦକ ତଥା ବିଧାୟକ ବିଷ୍ଣୁ ସେଠୀ। ମାତ୍ର ୬୧ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି। ଭଦ୍ରକ ଜିଲ୍ଲା ଧାମନଗର ବିଜେପି ବିଧାୟକ ତଥା ବିରୋଧୀ ଦଳର ଉପନେତା ବିଷ୍ଣୁ ସେଠୀଙ୍କର ଆଜି ସକାଳୁ ଦେହାନ୍ତ ହୋଇଛି। ଏମ୍ସରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ପରଲୋକ ହୋଇଛି। ଏନେଇ ସୂଚନା ଦେଇଛନ୍ତି ଏମ୍ସର ଆଡିସନାଲ ସୁପରିଣ୍ଟେଣ୍ଡେଣ୍ଟ ପ୍ରଭାସ ରଞ୍ଜନ ତ୍ରିପାଠୀ ।

ପ୍ରାୟ ବର୍ଷେ ହେବ ବିଷ୍ଣୁ ସେଠୀ କିଡନୀଜନିତ ରୋଗରେ ପୀଡ଼ିତ ଥିଲେ। କିନ୍ତୁ ମାସେ ହେଲା ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ତାଙ୍କୁ ଭୁବନେଶ୍ୱର ଏମ୍ସରେ ଭର୍ତ୍ତି କରାଯାଇଥିଲା। ପରେ ତାଙ୍କର ଫୁସଫୁସ ସଂକ୍ରମଣ ହୋଇ ବ୍ରେନ ଷ୍ଟ୍ରୋକ ହୋଇଥିଲା। ଏଥିପାଇଁ ସେ ଆଇସିୟୁରେ ଚିକିତ୍ସିତ ହେଉଥିଲେ। ହେଲେ ଆଜି ସକାଳେ ତାଙ୍କର ଦେହାନ୍ତ ହୋଇଛି।

ସେ ଏକାଧାରରେ ଜଣେ କବି, ସମ୍ପାଦକ ଓ ରାଜନେତା ଥିଲେ। ହେଲେ ଆଜି ତାଙ୍କର ଅକାଳ ବିୟୋଗରେ ସାହିତ୍ୟିକ ଓ ରଜୈନିତିକ ମହଲରେ ଶୋକର ଛାୟା ଖେଳି ଯାଇଛି। ତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ବହୁ ବିଶିଷ୍ଟ ବ୍ୟକ୍ତି ଓ ନବନୀତା ପରିବାର ପକ୍ଷରୁ ଶୋକ ପ୍ରକାଶ କରାଯାଇଛି।