ସୋହେଲାରେ ଜୀବନ ବିନ୍ଦୁ କାର୍ଯ୍ୟକ୍ରମ

ଓଡ଼ିଶାବଡ଼ ଖବରରାଜନୀତି

ଏନ୍ଏନ୍ ବ୍ୟୁରୋ। ସୋହେଲାରେ ଜୀବନ ବିନ୍ଦୁ କାର୍ଯ୍ୟକ୍ରମ। ବରଗଡ ଜିଲ୍ଲା ସୋହେଲା ପଞ୍ଚାୟତ ବିଜୁ ଯୁବ ଜନତା ଦଳ ଓ ଓଡ଼ିଶା ମୋ ପରିବାର ଆନୁକୂଲ୍ୟରେ ଏହି ସ୍ଵେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ପୂର୍ବତନ ମନ୍ତ୍ରୀ ତଥା ଭଟଲି ବିଧାୟକ ସୁଶାନ୍ତ ସିଂ ଯୋଗ ଦେଇ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ। ରକ୍ତଦାନ ଶିବିରରେ ମୋଟ ୪୫ ୟୁନିଟ ରକ୍ତ ସଂଗ୍ରହ କରାଯାଇଥିଲା।

ତେବେ ବିଜୁ ଯୁବ ଜନତା ଦଳର ଜିଲ୍ଲା ଉପ ସଭାପତି ନିଲୁ ଝାଙ୍କର ନେତୃତ୍ବରେ ଅନୁଷ୍ଠିତ ଶିବିରରେ ଓଡ଼ିଶା ମୋ ପରିବାରର ଜିଲ୍ଲା ସଂଯୋଜକ ଗୌରହରି ମିଶ୍ର, ପୂର୍ବତନ ବ୍ଲକ୍ ଅଧ୍ୟକ୍ଷ ସୁବ୍ରତ କୁମାର ବେହେରା, ବିଜୁ ଯୁବ ଜନତା ଦଳର ଜିଲ୍ଲା ସଭାପତି ପ୍ରଦ୍ୟୁମ୍ନ କୁମାର ତ୍ରିପାଠୀ, ଯୁବନେତା ହିରୋ ମାଝୀ, ପୂର୍ବତନ ସରପଂଚ ରମାକାନ୍ତ ସାହୁ, ଶ୍ରୀକାନ୍ତ ସେନାପତି ପ୍ରମୁଖ ଯୋଗ ଦେଇ ରକ୍ତଦାତାଙ୍କୁ ଉତ୍ସାହିତ କରିଥିଲେ। ହେଲେ ଶିବିରରେ ସହଯୋଗ କରିଥିବା ଦଳୀୟ କର୍ମୀ ଓ ସୋହେଲାର ଯୁବଭାଇମାନଙ୍କ ସହ ସ୍ଵେଚ୍ଛାକୃତ ରକ୍ତଦାତାଙ୍କୁ ଧନ୍ୟବାଦ ଜଣାଇଛନ୍ତି ସୁଶାନ୍ତ ସିଂ।