(ଏନ୍ ନ୍ୟୁଜ) ମହାନ୍ ଜନନାୟକ, ପ୍ରବାଦ ପୁରୁଷ, ଭୂମିପୁତ୍ର ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ଆଜି ତିରୋଧାନ ଦିବସ। ଏ ଅବସରରେ ଆଜି ଓଡ଼ିଶାର ସମସ୍ତ ଜିଲ୍ଲା ତଥା ବିଭିନ୍ନ ପ୍ରାନ୍ତରେ ତିରୋଧାନ ଦିବସରେ ବିଭିନ୍ନ କାର୍ଯ୍ୟକ୍ରମମାନ ଆୟୋଜନ କରାଯାଇଛି।
ତେବେ ବରଗଡ଼ ଜିଲ୍ଲା ସୋହେଲା ଅଗ୍ରସେନ ଭବନରେ ପ୍ରବାଦ ପୁରୁଷ ସ୍ୱର୍ଗତ ବିଜୁ ପଟ୍ଟନାୟଙ୍କ ତିରୋଧାନ ଦିବସରେ ଏକ ସ୍ଵେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଏଥିରେ ଶ୍ରମ ଓ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ସୁଶାନ୍ତ ସିଂ ଯୋଗ ଦେଇ ମହାପୁରୁଷ ବିଜୁ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିବା ସହ ସ୍ଵେଚ୍ଛାକୃତ ରକ୍ତଦାତାଙ୍କୁ ଉତ୍ସାହିତ କରିଥିଲେ ।
କାର୍ଯ୍ୟକ୍ରମରେ ଅନ୍ୟତମ ଅତିଥି ଭାବରେ ଭଟଲି ବ୍ଲକ ଅଧ୍ୟକ୍ଷ ନିତ୍ୟାନନ୍ଦ ପ୍ରଧାନ, ଅମ୍ବାଭୋନା ବ୍ଲକ ଅଧ୍ୟକ୍ଷ କୀର୍ତ୍ତିଚନ୍ଦ୍ର ଦୁଆନ, ଓଡ଼ିଶା ମୋ ପରିବାରର ଜିଲ୍ଲା ସଭାପତି ଗୌରହରି ମିଶ୍ର, ମନ ମାଝୀ ପ୍ରମୁଖ ଯୋଗ ଦେଇଥିଲେ ।
ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସରେ ସୋହେଲାରେ ରକ୍ତଦାନ ଶିବିର

