ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣିରେ 12 ଅଭିଯୋଗର ସମାଧାନ

ଓଡ଼ିଶାବଡ଼ ଖବର

ବଲାଙ୍ଗିର ଏନ୍ଏନ୍ ବ୍ୟୁରୋ l ବଲାଙ୍ଗିର ଜିଲ୍ଲା ମୁରିବାହାଲ ପଞ୍ଚାୟତ ସମିତି ବୈଠକ ଗୃହ ପରିସରରେ ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି l ଶିବିରରେ ଜିଲ୍ଲାପାଳ ଗୌରୱ ଶିୱାଜୀ ଇସଲୱାର ଯୋଗଦେଇ ଜନସାଧାରଣଙ୍କ ସମସ୍ୟା ଓ ଆପତ୍ତିଗୁଡ଼ିକର ପ୍ରତ୍ୟକ୍ଷ ଶୁଣାଣି କରିଥିଲେ। ଶିବିରରେ ସମୁଦାୟ ୧୦୦ଟି ଅଭିଯୋଗପତ୍ର ପଞ୍ଜୀକୃତ ହୋଇଥିଲା l ଯେଉଁଥିରେ ୨୧ଟି ସାମୁହିକ ଏବଂ ୭୯ଟି ବ୍ୟକ୍ତିଗତ ଦରଖାସ୍ତ ସାମିଲ ଥିଲା। ସେଥିମଧ୍ୟରୁ ୧୨ଟି ଅଭିଯୋଗର ତତ୍କ୍ଷଣାତ ସମାଧାନ କରାଯାଇଥିଲା l ଅନ୍ୟ ଅଭିଯୋଗଗୁଡ଼ିକୁ ନିର୍ଦ୍ଧିଷ୍ଟ ସମୟସୀମା ମଧ୍ୟରେ ସମାଧାନ କରି ରିପୋର୍ଟ ପ୍ରଦାନ କରିବାକୁ ଜିଲ୍ଲାପାଳ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ଯୁଗ୍ମ ଜନଶୁଣାଣି କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ-ତଥା-କାର୍ଯ୍ୟ ନିର୍ବାହୀ ଅଧିକାରୀ ତରଣୀ ସୁନା, ଟିଟିଲାଗଡ ଉପଜିଲ୍ଲାପାଳ ପଦ୍ମନାଭ ସାମନ୍ତରାୟ, ଜିଲ୍ଲା ଶିକ୍ଷାଧିକାରୀ ସୁଧାଂଶୁ ମିଶ୍ର, ଜିଲ୍ଲା ମଙ୍ଗଳ ଅଧିକାରୀ ପ୍ରତାପ ଚନ୍ଦ୍ର ମହାନ୍ତି, ଜିଲ୍ଲା ଯୋଗାଣ ଅଧିକାରୀ ରଞ୍ଜନ ପଣ୍ଡା, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ମଦନଜିତ ହୋତା, ମୁରିବାହାଲ ଗୋଷ୍ଠୀ ଉନ୍ନୟନ ଅଧିକାରୀ ବାସନ୍ତୀ ସେଠୀ, ଡେପୁଟି କଲେକ୍ଟର ନିବେଦିତା ସ୍ଵାଇଁ, ଜିଲ୍ଲା ଜରୁରୀକାଳୀନ ଅଧିକାରୀ ଶୋଭିନା ଭୋଇ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ରାଜେନ୍ଦ୍ର ମାଝି, ତହସିଲଦାର ଜଗଦୀଶ କର୍ତାମୀ ଏବଂ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ ଅଧିକାରୀ କର୍ମଚାରୀ ପ୍ରମୁଖ ଉପସ୍ଥିତ ଥିଲେ ।