ଏନ୍ଏନ୍ ବ୍ୟୁରୋ l ଦେଓଗାଁରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି l ଯୁଗ୍ମ ଜନ-ଅଭିଯୋଗ ଶୁଣାଣିରେ ଜିଲ୍ଲାପାଳ ଗୌରୱ ଶିୱାଜୀ ଇସଲୱାର, ଆରକ୍ଷୀ ଅଧିକ୍ଷକ ଅଭିଳାଷ ଜିଙ୍କୁ ସମୁଦାୟ ୪୫ ଗୋଟି ଅଭିଯୋଗ ଦାଖଲ ହୋଇଥିଲା । ସେଥିମଧ୍ୟରୁ ୩୬ଟି ବ୍ୟକ୍ତିଗତ ଅଭିଯୋଗ ଓ ଅବଶିଷ୍ଠ ୯ ଗୋଟି ସାମୁହିକ ଅଭିଯୋଗ ଥିଲା l ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀମାନେ ଜନସାଧାରଣଙ୍କ ଅଭିଯୋଗ ଓ ସମସ୍ୟା ଗୁଡିକର ଶୁଣାଣି କରି ୭ଟି ମାମଲାର ତୁରନ୍ତ ସମାଧାନ କରିଥିଲେ l ଏବଂ ବାକି ମାମଲା ଗୁଡିକୁ ସମ୍ପୃକ୍ତ ବିଭାଗର ଅଧିକାରୀଙ୍କୁ ଯଥା ଶୀଘ୍ର ସମାଧାନ କରିବାକୁ ଜିଲ୍ଲାପାଳ ନିର୍ଦେଶ ଦେଇଥିଲେ l ଏଥିରେ ନିର୍ବାହୀ ଅଧିକାରୀ ତଥା ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତରଣୀ ସୁନା, ବଲାଙ୍ଗିର ଉପ ଜିଲ୍ଲାପାଳ ଆଲୋକ କୁମାର ପଟେଲ, ଆସିଷ୍ଟାଣ୍ଟ କଲେକ୍ଟର (ସାଧାରଣ ଓ ବିବିଧ) ରାମ ନାରାୟଣ ମିଶ୍ର, ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ । ସ୍ନିଗ୍ଧା ରାଣୀ ତ୍ରିପାଠୀ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ ।
ଦେଓଗାଁରେ ଜିଲ୍ଲା ପ୍ରଶାସନର ଯୁଗ୍ମ ଜନ-ଅଭିଯୋଗ ଶୁଣାଣି
