ଏନ୍ଏନ୍ ବ୍ୟୁରୋ l ଟିଟିଲାଗଡରେ ମିଳିତ ଅଭିଯୋଗ ଶୁଣାଣି l ସ୍ଥାନୀୟ ବ୍ଲକ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଶୁଣାଣିରେ ଅତିରିକ୍ତ ଜିଲ୍ଲାପାଳ ପବିତ୍ର ବେହେରା, ଟିଟିଲାଗଡ ଉପଜିଲ୍ଲାପାଳ ପଦ୍ମନାଭ ସାମନ୍ତରାଏ ଓ ନିର୍ବାହୀ ଅଧିକାରୀ ତଥା ମୁଖ୍ୟ ଉନ୍ନୟନ ଅଧିକାରୀ ତରଣି ସୁନା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗ ଦେଇଥିଲେ l ଶିବିରରେ ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ସର୍ବମୋଟ ୩୦ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l ସେଥିମଧ୍ୟରୁ ୨୪ ଗୋଟି ଦରଖାସ୍ତ ବ୍ୟକ୍ତିଗତ ରହିଥିବା ବେଳେ ୬ ଗୋଟି ସାମୁହିକ ଦରଖାସ୍ତ ଗ୍ରହଣ କରାଯାଇଥିଲା l ତେବେ ୩ ଗୋଟି ଅଭିଯୋଗ ପତ୍ର ଅଭିଯୋଗ ଶୁଣାଣି ସମୟରେ ତୁରନ୍ତ ସମାଧାନ କରାଯାଇଥିଲା l ବାକି ସମସ୍ତ ସାମୁହିକ ଓ ବ୍ୟକ୍ତିଗତ ଅଭିଯୋଗ ଦରଖାସ୍ତଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭାଗର ଅଧିକାରୀଙ୍କୁ କୁହାଯାଇଛି l ଟିଟିଲାଗଡ଼ ବିଡ଼ିଓ ଚନ୍ଦ୍ରମଣି ନାଗଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣିରେ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ ଅଧିକାରୀ, କର୍ମଚାରୀ ଓ ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ ।

