ତୁରେକେଲା ବ୍ଲକରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି

ଓଡ଼ିଶାବଡ଼ ଖବର

ଏନ୍ଏନ୍ ବ୍ୟୁରୋ l ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକ ମୁଖ୍ୟାଳୟରେ ଜିଲ୍ଲା ପ୍ରଶାସନର ଯୁଗ୍ମ ଜନ-ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଛି l ଏହି ଯୁଗ୍ମ ଜନ-ଅଭିଯୋଗ ଶୁଣାଣିରେ ଜିଲ୍ଲାପାଳ ଗୌରୱ ଶିୱାଜୀ ଇସଲୱାର, ଆରକ୍ଷୀ ଅଧିକ୍ଷକ ଅଭିଳାଷ ଜିଙ୍କୁ ସମୁଦାୟ ୩୯ ଗୋଟି ଅଭିଯୋଗ ଦାଖଲ ହୋଇଥିଲା l ସେଥିମଧ୍ୟରୁ ୩୬ଟି ବ୍ୟକ୍ତିଗତ ଅଭିଯୋଗ ଓ ଅବଶିଷ୍ଠ ୩ଟି ସାମୁହିକ ଅଭିଯୋଗ ଥିଲା l ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀମାନେ ଜନସାଧାରଣଙ୍କ ସମସ୍ତ ଅଭିଯୋଗ ଓ ସମସ୍ୟାଗୁଡିକର ଶୁଣାଣି କରି ୬ଟି ମାମଲାର ଶୁଣାଣିର ତୁରନ୍ତ ସମାଧାନ କରିଥିଲେ ଏବଂ ବାକି ଥିବା ମାମଲା ଗୁଡିକୁ ସମ୍ପୃକ୍ତ ବିଭାଗର ଅଧିକାରୀଙ୍କୁ ଯଥା ଶୀଘ୍ର ସମାଧାନ କରିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ l ଏହି ଯୁଗ୍ମ ଜନ-ଅଭିଯୋଗ ଶୁଣାଣି କାର୍ଯକ୍ରମରେ ନିର୍ବାହୀ ଅଧିକାରୀ-ତଥା-ମୁଖ୍ୟ ଉନ୍ନୟନ ଅଧିକାରୀ, ଜିଲ୍ଲାପରିଷଦ ତରଣୀ ସୁନା, ଟିଟିଲାଗଡ ଉପଜିଲ୍ଲାପାଳ ପଦ୍ମନାଭ ସାମନ୍ତରାୟ, ଆସିଷ୍ଟାଣ୍ଟ କଲେକ୍ଟର (ସାଧାରଣ ଓ ବିବିଧ) ରାମ ନାରାୟଣ ମିଶ୍ର ଓ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ l