ସେବା ଜ୍ୟୋତି ଯାତ୍ରା ପାଇଁ ପ୍ରସ୍ତୁତି ବୈଠକ

ଓଡ଼ିଶାବଡ଼ ଖବର

ଏନ୍ଏନ୍ ବ୍ୟୁରୋ l ବଲାଙ୍ଗିରରେ ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରା ପାଇଁ ଜୋରସୋର ପ୍ରସ୍ତୁତି l ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲା ପଞ୍ଚାୟତ ସାଧନ କେନ୍ଦ୍ରର ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ବୈଠକରେ କାର୍ଯ୍ୟକ୍ରମକୁ ସୁରୁଖୁରୁରେ ପରିଚାଳନା କରିବା ପାଇଁ ଆଲୋଚନା କରାଯାଇଥିଲା l ଜିଲ୍ଲାପାଳ ଗୌରୱ ଶିୱାଜୀ ଇସଲୱାର ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଅତିରିକ୍ତ ଜିଲ୍ଲାପାଳ ଡା. ବିଜୟାନନ୍ଦ ସେଠୀ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ତରଣୀ ସୁନା, ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ଗୁଣନିଧି ମଲ୍ଲିକ ଏବଂ ବଲାଙ୍ଗିର ଉପଜିଲ୍ଲାପାଳ ଆଲୋକ କୁମାର ପଟେଲ ପ୍ରମୁଖ ଉପସ୍ଥିତ ଥିଲେ ।

ଆସନ୍ତା 7 ତାରିଖରେ ‘ସେବା ଜ୍ୟୋତି ଯାତ୍ରା’ ଉପଲକ୍ଷେ ପଥରଚେପା ଛକକୁ ‘ସେବା ଜ୍ୟୋତି ଛକ’ ଭାବେ ନାମକରଣ କରାଯିବ l ତାସହ ସେଠାରୁ ଏକ ଭବ୍ୟ ବାଇକ୍ ରାଲି ଓ ମଶାଲ ପଦଯାତ୍ରା ଅନୁଷ୍ଠିତ ହେବ । ଶୋଭାଯାତ୍ରା କୋଶଳ କଳା ମଣ୍ଡଳରେ ପହଞ୍ଚିବା ପରେ ଆଭାସୀ ମାଧ୍ୟମରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ଏହି ମଶାଲ ଯାତ୍ରା ଜିଲ୍ଲାର ପ୍ରମୁଖ ୫ଟି ନିର୍ବାଚନ ମଣ୍ଡଳୀରୁ ବାହାରି ଏଠାରେ ପହଁଞ୍ଚିବ।

ବୈଠକରେ ଜିଲ୍ଲା ସଂସ୍କୃତି ଅଧିକାରୀ ରଶ୍ମୀ ରଞ୍ଜନ ମିଶ୍ର, ଜିଲ୍ଲା କ୍ରୀଡ଼ା ଅଧିକାରୀ ହରି ଓମ୍ ଶମ୍ଭୁ ନାରାୟଣ ମିଶ୍ର, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ରାଜେନ୍ଦ୍ର କୁମାର ମାଝି, କ୍ରୀଡ଼ା ଛାତ୍ରାବାସ ଅଧିକ୍ଷକ ପରାଶର ବାଗ, ପୌରପାଳିକା ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରା, ଆଞ୍ଚଳିକ ପରିବହନ ଅଧିକାରୀ ପ୍ରିୟବ୍ରତ ମହାନ୍ତିଙ୍କ ସମେତ ଜିଲ୍ଲାର ବରିଷ୍ଠ ପ୍ରଶାସନିକ ଅଧିକାରୀ, ପୋଲିସ ପ୍ରଶାସନର କର୍ମକର୍ତ୍ତା ଏବଂ ବିଭିନ୍ନ ବିଭାଗର ପ୍ରତିନିଧିମାନେ ଯୋଗଦେଇ ଯାତ୍ରାର ରୂପରେଖ, ସୁରକ୍ଷା ବ୍ୟବସ୍ଥା ଏବଂ ବିଭିନ୍ନ ବିଭାଗର ଦାୟିତ୍ୱ ସମ୍ପର୍କରେ ବିସ୍ତୃତ ଆଲୋଚନା କରିଥିଲେ ।