ସାଧାରଣତନ୍ତ୍ର ଦିବସରେ କିଏ କେଉଁଠି ଉଡ଼ାଇବେ ପାତାକା, ଜାଣନ୍ତୁ ଏହି ଖବରରେ

ଓଡ଼ିଶାବଡ଼ ଖବରରାଜନୀତି

ନବନୀତା ବ୍ୟୁରୋ। ଆସନ୍ତା ସାଧାରଣତନ୍ତ୍ର ଦିବସରେ କିଏ କେଉଁଠି କରିବେ ପାତାକା ଉତ୍ତୋଳନ। ରାଜଧାନୀ ଭୁବନେଶ୍ୱରରେ ଆୟୋଜିତ ହେବାକୁ ଥିବା ରାଜ୍ୟସ୍ତରୀୟ ପରେଡରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଯୋଗ ଦେଇ ପତାକା ଉତ୍ତୋଳନ କରିବେ। ତେବେ ଏଥିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ମାନିତ ଅତିଥି ଭାବେ ଯୋଗ ଦେବା କାର୍ଯ୍ୟକ୍ରମ ରହିଛି।

କଟକରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ, ସୁବର୍ଣ୍ଣପୁରରେ ଜଙ୍ଗଲ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ୍, ସୁନ୍ଦରଗଡ଼ରେ ଖଣି ଓ ଇସ୍ପାତ ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ, ସମ୍ୱଲପୁରରେ ଖାଦ୍ୟ ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ, କେନ୍ଦୁଝର ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା, ପୁରୀରେ ଆଇନ୍ ମନ୍ତ୍ରୀ ପ୍ରତାପ ଜେନା, ଗଞ୍ଜାମରେ କୃଷି ମନ୍ତ୍ରୀ ଅରୁଣ କୁମାର ସାହୁ, ବାଲେଶ୍ୱରରେ ରାଜସ୍ବ ମନ୍ତ୍ରୀ ସୁଦାମ ମାରାଣ୍ଡି, ଅନୁଗୋଳ ଶ୍ରମ ମନ୍ତ୍ରୀ ସୁଶାନ୍ତ ସିଂହ, କଳାହାଣ୍ଡିରେ ସ୍ବାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସ, ରାୟଗଡ଼ାରେ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଟୁକୁନି ସାହୁ, ଜଗତସିଂହପୁରରେ ଜାତି ଜନଜାତି କଲ୍ୟାଣ ମନ୍ତ୍ରୀ ଜଗନ୍ନାଥ ସାରକା, ଯାଜପୁରରେ ଶିଳ୍ପ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର, ଢେଙ୍କାନାଳରେ ବିଜ୍ଞାନ ଓ କାରିଗରୀ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ନୟାଗଡ଼ରେ ଗଣ ଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାଶ, ବଲାଙ୍ଗିର ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ, ନବରଙ୍ଗପୁରରେ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ପ୍ରେମାନନ୍ଦ ନାୟକ, ମୟୂରଭଞ୍ଜରେ ଜଳ ସମ୍ପଦ ମନ୍ତ୍ରୀ ରଘୁନନ୍ଦନ ଦାସ, ଗଜପତିରେ ହସ୍ତ ତନ୍ତ ଓ ବୟନ ଶିଳ୍ପ ମନ୍ତ୍ରୀ ପଦ୍ମିନୀ ଦିଆନ୍‌ ଓ ମାଲକାନଗିରିରେ କ୍ରୀଡା ମନ୍ତ୍ରୀ ତୁଷାରକାନ୍ତି ବେହେରା ପତାକା ଉତ୍ତୋଳନ କରିବେ।

ତେବେ ବ୍ରହ୍ମପୁର ଓ ରାଉରକେଲାରେ ସଂପୃକ୍ତ ଆର୍‌ଡିସିମାନେ ପତାକା ଉତ୍ତୋଳନ କରିବେ। ସେହିପରି ଭଦ୍ରକ, ବରଗଡ଼, ବୌଦ୍ଧ, ଦେବଗଡ଼, ଝାରସୁଗୁଡ଼ା, କନ୍ଧମାଳ ଓ କେନ୍ଦ୍ରାପଡ଼ାରେ ଜିଲ୍ଲାପାଳମାନେ ପାତାକା ଉତ୍ତୋଳନ କରିବେ।

Leave a Reply