ଆନ୍ତଃ ରେଳବାଇ ସୁରକ୍ଷାବଳ ହକି ଟୁର୍ଣ୍ଣାମେଣ୍ଟ ଉଦଯାପିତ

ଓଡ଼ିଶାଖେଳବଡ଼ ଖବର

ଏନ୍ଏନ୍ ବ୍ୟୁରୋ। ଭୁବନେଶ୍ୱର କିଟ୍ ଷ୍ଟାଡିୟମଠାରେ ଚାରି ଦିନ ଧରି ଚାଲିଥିବା ୨୯ତମ ଆନ୍ତଃ ରେଳବାଇ ସୁରକ୍ଷାବଳ ହକି ଟୁର୍ଣ୍ଣାମେଣ୍ଟ ଉଦଯାପିତ ହୋଇଯାଇଛି । ଉତ୍ତର ରେଳପଥ ଆରପିଏଫ୍ ହକି ଟିମ୍, ଦକ୍ଷିଣ ପୂର୍ବ ରେଳପଥ ଆରପିଏଫ୍ ହକି ଦଳକୁ ୨-୦ ଗୋଲରେ ପରାସ୍ତ କରି ଚାମ୍ପିଅନ ହୋଇଛି । ଦକ୍ଷିଣ ରେଳପଥର ବିନୋଦ କୁମାର ମ୍ୟାନ୍ ଅଫ୍ ଦି ଟୁର୍ଣ୍ଣାମେଣ୍ଟ ଏବଂ ଉତ୍ତର ରେଳପଥର ସୁଖବିନ୍ଦର ସିଂ ମ୍ୟାନ୍ ଅଫ୍ ଦି ମ୍ୟାଚ୍ ଭାବରେ ବିବେଚିତ ହୋଇଛନ୍ତି ।

ଉଦଯାପନୀ ଦିବସରେ ପୂର୍ବତଟ ରେଳପଥର ମହାପ୍ରବନ୍ଧକ ମନୋଜ ଶର୍ମା, ରେଳପଥର ପ୍ରମୁଖ ସୁରକ୍ଷା ଆୟୁକ୍ତ ଏବଂ ଆଇଜି / ଆରପିଏଫ୍ ଆଲୋକ ବେହେରାଙ୍କ ଉପସ୍ଥିତିରେ ଆରପିଏଫ୍ ହକି ଦଳକୁ ଚାମ୍ପିୟନ ଟ୍ରଫି ଏବଂ ରନର୍ସ ଅପ୍ ଟ୍ରଫି ପ୍ରଦାନ କରାଯାଇଛି । ଅନ୍ୟମାନଙ୍କ ମଧ୍ୟରେ ପୂର୍ବତଟ ରେଳପଥର ପ୍ରମୁଖ ବିଭାଗୀୟ ଅଧିକାରୀ ଓ ବହୁ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

ପୂର୍ବତଟ ରେଳପଥ ଖୋର୍ଦ୍ଧା ରୋଡ଼ ରେଳମଣ୍ଡଳ ରେଳବାଇ ସୁରକ୍ଷା ବଳ ଆନୁକୂଲ୍ୟରେ ୨୭ ରୁ ୩୦ ଯାଏ ଚାରି ଦିନିଆ ହକି ଟୁର୍ଣ୍ଣାମେଣ୍ଟ ଚାଲିଥିଲା। ଟୁର୍ଣ୍ଣାମେଣ୍ଟରେ ଭାରତୀୟ ରେଳବାଇର ଆଠ ଗୋଟି ରେଳବାଇ ସୁରକ୍ଷାବଳ ହକି ଟିମ ସାମିଲ ହୋଇଥିଲେ । ଉତ୍ତର ରେଳପଥ (ନୂଆ ଦିଲ୍ଲୀ), ଦକ୍ଷିଣ ପୂର୍ବ ରେଳପଥ (କୋଲକାତା), ପଶ୍ଚିମ ରେଳପଥ (ମୁମ୍ବାଇ), ଉତ୍ତର ପୂର୍ବ ରେଳପଥ (ଗୋରଖପୁର), ଦକ୍ଷିଣ ରେଳପଥ (ଚେନ୍ନାଇ), ପଶ୍ଚିମ କେନ୍ଦ୍ରୀୟ ରେଳପଥ (ଜବଲପୁର), କେନ୍ଦ୍ରୀୟ ରେଳପଥ (ମୁମ୍ବାଇ) ଓ ରେଳବାଇ ସୁରକ୍ଷା ବଳ ସ୍ୱତନ୍ତ୍ର ବାହିନୀ (ନୂଆ ଦିଲ୍ଲୀ) ପ୍ରମୁଖ ଏହି ଟୁର୍ଣ୍ଣାମେଣ୍ଟରେ ଅଂଶ ଗ୍ରହଣ କରିଥିଲେ।

Leave a Reply