ନବନୀତା ବ୍ୟୁରୋ। ବଦଳିଲେ ୩ ଜିଲ୍ଲା ଯୋଜନା କମିଟି ଅଧ୍ୟକ୍ଷ। ସ୍ବାସ୍ଥ୍ୟ ମନ୍ତ୍ରୀ ନବ ଦାସ, ମହିଳା ଓ ଶିଶୁ କଲ୍ୟାଣ ମନ୍ତ୍ରୀ ଟୁକୁନି ସାହୁ ଓ ଶ୍ରମ ମନ୍ତ୍ରୀ ସୁଶାନ୍ତ ସିଂଙ୍କୁ ଅନ୍ୟତ୍ର ବଦଳି କରିଛନ୍ତି ରାଜ୍ୟ ସରକାର।
ବଲାଙ୍ଗିର ଯୋଜନା କମିଟି ଅଧ୍ୟକ୍ଷ ତଥା ସ୍ବାସ୍ଥ୍ୟ ମନ୍ତ୍ରୀ ନବ ଦାସଙ୍କୁ ବଦଳି କରାଯାଇ କଳାହାଣ୍ଡି ଜିଲ୍ଲା ଯୋଜନା କମିଟି ଅଧ୍ୟକ୍ଷ ଭାବେ ଦାୟିତ୍ଵ ଦିଆ ଯାଇଛି। କଳାହାଣ୍ଡି ଜିଲ୍ଲା ଯୋଜନା କମିଟି ଅଧ୍ୟକ୍ଷ ତଥା ମହିଳା ଓ ଶିଶୁ କଲ୍ୟାଣ ମନ୍ତ୍ରୀ ଟୁକୁନି ସାହୁଙ୍କୁ ଏଠୁ ବଦଳି କରି ଦେବଗଡ ଜିଲ୍ଲା ଯୋଜନା କମିଟି ଅଧ୍ୟକ୍ଷ ଭାବେ ଦାୟିତ୍ଵ ଦିଆଯାଇଛି। ପୂର୍ବରୁ ଦେବଗଡ ଜିଲ୍ଲା ଯୋଜନା କମିଟି ଅଧ୍ୟକ୍ଷ ଥିଲେ ଖଣି ଓ ଇସ୍ପାତ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ।

ସେହିପରି ସମ୍ବଲପୁର ଜିଲ୍ଲା ଯୋଜନା କମିଟି ଅଧ୍ୟକ୍ଷ ତଥା ଶ୍ରମ ମନ୍ତ୍ରୀ ସୁଶାନ୍ତ ସିଂଙ୍କୁ ବଲାଙ୍ଗିର ଜିଲ୍ଲା ଯୋଜନା କମିଟି ଅଧ୍ୟକ୍ଷ ଭାବେ ଦାୟିତ୍ଵ ଦିଆଯାଇଛି। ତେବେ କେଉଁ କାରଣରୁ ଏମାନଙ୍କୁ ଅନ୍ୟତ୍ର ବଦଳି କରାଯାଇଛି ତାହା ସ୍ପଷ୍ଟ କରାଯାଇନି। ସେ କାରଣ ଯାହା ବି ହେଇଥାଉ ଧୀରେ ଧୀରେ ସୁଶାନ୍ତ ସିଂ ବଲାଙ୍ଗିର ରାଜନୀତିକୁ ପ୍ରବେଶ କରୁଥିବା ଆଭାସ ମିଳୁଛି।
