ଆଜି ସୋହେଲାରେ ଜୀବନ ବିନ୍ଦୁ କାର୍ଯ୍ୟକ୍ରମ

ଓଡ଼ିଶାରାଜନୀତି

ଏନଏନ ବ୍ୟୁରୋ। ବରଗଡ ଜିଲ୍ଲା ଭଟଲି ନିର୍ବାଚନ ମଣ୍ଡଳୀର ସୋହେଲାଠାରେ ରବିବାର ଜୀବନ ବିନ୍ଦୁ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ରାଜ୍ୟରେ ରକ୍ତର ଅଭାବକୁ ଦୂର କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆହ୍ବାନ ଓ ମନ୍ତ୍ରୀ ସୁଶାନ୍ତ ସିଂହଙ୍କ ନିର୍ଦ୍ଦେଶ କ୍ରମେ ଏହି ରକ୍ତ ଦାନ ଶିବିର ଆୟୋଜନ ହେବ। ସକାଳ ୮ଟା ସମୟରେ ଓଡ଼ିଶା ମୋ ପରିବାର ଆନୁକୂଲ୍ୟରେ ଜୀବନ ବିନ୍ଦୁ ରକ୍ତଦାନ ଶିବିର କାର୍ଯ୍ୟକ୍ରମ ସୋହେଲା ଅଗ୍ରେସନ ଭବନ ଠାରେ ଅନୁଷ୍ଠିତ ହେବା କାର୍ଯ୍ୟକ୍ରମ ରହିଛି।
ଶିବିରରେ ମୁଖ୍ୟ ଅତିଥି ଭାବେ ଶ୍ରମ ଓ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ସୁଶାନ୍ତ ସିଂହ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ତେଣୁ ରକ୍ତଦାନ ଭଳି ଏକ ମହତ୍ କାର୍ଯ୍ୟରେ ବହୁ ସଂଖ୍ୟାରେ ସ୍ବେଚ୍ଛାକୃତ ଭାବେ ରକ୍ତଦାନ କରିବାକୁ ଅନୁରୋଧ କରାଯାଇଛି। ସୂଚନାଯୋଗ୍ୟ ଯେ, ଗତ ବର୍ଷ ଲକ୍ ଡାଉନ୍ ସମୟରୁ ରାଜ୍ୟରେ ରକ୍ତ ଅଭାବରୁ ଯେମିତି କାହାର ଜୀବନ ହାନି ନ ହେବ ସେଥିଲାଗି ନବୀନ ପଟ୍ଟନାୟକ ଦଳୀୟ କର୍ମୀ ଙ୍କୁ ନିର୍ଦ୍ଧେଶ ଦେଇଛନ୍ତି। ସେ ଅନୁଯାୟୀ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଏହି ଜୀବନ ବିନ୍ଦୁ କାର୍ଯ୍ୟକ୍ରମ ଆୟୋଜିତ ହୋଇ ଆସୁଛି।

Leave a Reply